ଗୀତସଂହିତା62ory_irv
ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ର ରୀତି ଅନୁସାରେ ଦାଉଦଙ୍କର ଗୀତ।
1ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ;ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।2କେବଳ ସେ ମୋହର ଶୈଳ ଓ ପରିତ୍ରାଣ;ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।3ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟଜଣେ ମନୁଷ୍ୟକୁ ବଧ କରିବା ପାଇଁତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?4ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି;ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ;ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର;କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ;ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।7ମୋହର ପରିତ୍ରାଣ ଓ ମୋହର ଗୌରବପରମେଶ୍ୱରଙ୍କଠାରେ ଅଛି;ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]9ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା;ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।10ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ;ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।11ପରମେଶ୍ୱର ଥରେ କହିଅଛନ୍ତି,ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ,ପରାକ୍ରମ ପରମେଶ୍ୱରଙ୍କର ଅଟଇ।12ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ;କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।