ଗୀତସଂହିତା65ory_irv

ପ୍ରଶଂସା ଓ ଧନ୍ୟବାଦ

ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ।

1ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।2ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ,ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।3ଅପରାଧ ମୋʼ ଉପରେ ପ୍ରବଳ ହୁଏ;ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।4ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କରଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ;ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍,ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।5ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର,ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ;ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀସମସ୍ତଙ୍କର ବିଶ୍ୱାସଭୂମି ଅଟ।6ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;7ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାରଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।8ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି;ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ।9ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ,ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ;ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ;ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।10ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ;ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ;ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ;ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;11ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।12ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।13ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି;ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି;ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।