ଗୀତସଂହିତା67ory_irv

ଧନ୍ୟବାଦର ଗୀତ

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।

1ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା]2ତହିଁରେ ପୃଥିବୀରେ ତୁମ୍ଭର ପଥଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।3ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ;ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।4ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ;କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା]5ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ;ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।6ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି;ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।7ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ;ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।