ଗୀତସଂହିତା69ory_irv
ସାହାଯ୍ୟ ପାଇଁ ଆତୁର ନିବେଦନ
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।
1ହେ ପରମେଶ୍ୱର, ମୋତେ ପରିତ୍ରାଣ କର;କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।2ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ;ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।3ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି;ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।4ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ;ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ;ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।5ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ;ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।6ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ;ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।7କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି।ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।8ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣାଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।9କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି।ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।10ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ,ତାହା ମୋʼ ନିନ୍ଦାର ବିଷୟ ହେଲା।11ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ,ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।12ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତିଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।13ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି;ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।14ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ;ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।15ଜଳପ୍ଲାବନ ମୋତେ ମଗ୍ନ ନ କରୁ,କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ;ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।16ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ;ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।17ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ;କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।18ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର;ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।19ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ;ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।20ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି;ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲାଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।21ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।22ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।23ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।24ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।25ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ;ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।26କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତିଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।27ସେମାନଙ୍କ ଅପରାଧରେ ଅପରାଧ ଯୋଗ କରଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।28ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।29ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ;ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।30ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବିଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।31ପୁଣି, ତାହା ଗୋରୁ ଅବା ଶୃଙ୍ଗଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି;ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତିଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।34ଆକାଶ ଓ ପୃଥିବୀ,ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।35କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ;ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।36ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ;ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।