ଗୀତସଂହିତା7ory_irv

ନ୍ୟାୟ ପାଇଁ ପ୍ରାର୍ଥନା

ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ।

1ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି;ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,2ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରିଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।3ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;4ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ;(ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);5ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ;ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ,ପୁଣି, ମୋʼ ଗୌରବକୁ ଧୂଳିସାତ୍‍ କରୁ। [ସେଲା]6ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ,ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।7ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ;ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।8ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି;ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।9ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର;କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।10ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି,ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।11ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ,ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।12ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେସେ ଆପଣା ଖଡ୍ଗ ଶାଣିତ କରିବେ;ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି।13ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି;ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।14ଦେଖ, ସେ ଅଧର୍ମରୂପ ପ୍ରସବବେଦନାରେ ଆକ୍ରାନ୍ତ ହେଉଅଛି;ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।15ସେ କୂପ ଖୋଳି ଗଭୀର କରିଅଛି, ପୁଣି,ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।16ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।17ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବିଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।