ଗୀତସଂହିତା70ory_irv

ସାହାଯ୍ୟ ପାଇଁ ପ୍ରାର୍ଥନା

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ।

1ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ;ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।2ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ;ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।3ଯେଉଁମାନେ “ହଁ, ହଁ” ବୋଲି କହନ୍ତି,ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।4ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ;ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି,ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,5ମାତ୍ର ମୁଁ ଦରିଦ୍ର ଓ ଦୀନହୀନ;ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ;ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ;ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।