ଗୀତସଂହିତା71ory_irv

ଜଣେ ବୃଦ୍ଧର ପ୍ରାର୍ଥନା

1ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି;ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।2ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର;ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।3ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ;ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ;କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।4ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ,ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।5କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା;ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।6ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି;ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ;ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।7ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ;ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।8ମୋହର ମୁଖ ତୁମ୍ଭ ପ୍ରଶଂସାରେଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।9ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ;ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।10କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତିଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,11ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।12ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ;ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।13ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ;ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।14ମାତ୍ର ମୁଁ ନିରନ୍ତର ଭରସା କରିବି,ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।15ମୋହର ମୁଖ ସାରାଦିନ ତୁମ୍ଭର ଧର୍ମଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ;କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।16ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି।ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।17ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ;ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି।18ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ,ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ,ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।19ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ,ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି?20ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ,ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।21ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅଓ ଫେରି ମୋତେ ସାନ୍ତ୍ୱନା ଦିଅ।22ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର,ଅର୍ଥାତ୍‍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି;ହେ ଇସ୍ରାଏଲର ଧର୍ମସ୍ୱରୂପ,ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।23ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧରଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।24ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ;କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।