ଗୀତସଂହିତା72ory_irv
ରାଜାଙ୍କ ପାଇଁ ପ୍ରାର୍ଥନା
ଶଲୋମନଙ୍କର ଗୀତ।
1ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।2ସେ ଧର୍ମରେ ତୁମ୍ଭ ଲୋକମାନଙ୍କରଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।3ଧର୍ମ ଦ୍ୱାରା ପର୍ବତଗଣଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।4ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ,ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।5ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେଲୋକମାନେ ତୁମ୍ଭଙ୍କୁ ଭୟ କରିବେ।6କଟାଘାସରେ ବୃଷ୍ଟି ତୁଲ୍ୟଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।7ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ;ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।8ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।9ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।10ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ;ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।11ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ;ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।14ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ;ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।15ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ;ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ।ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।16ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ;ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ;ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।17ତାହାଙ୍କ ନାମ ଅନନ୍ତକାଳ ରହିବ;ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ;ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ;ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।18ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ,କେବଳ ସେ ଆଶ୍ଚର୍ଯ୍ୟକର୍ମ କରନ୍ତି;19ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ।ଆମେନ୍, ଆମେନ୍।20ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।