ଗୀତସଂହିତା73ory_irv

ପରମେଶ୍ୱରଙ୍କ ନ୍ୟାୟବିଚାର

ଆସଫର ଗୀତ।

1ପରମେଶ୍ୱର ଇସ୍ରାଏଲ ପ୍ରତି,ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।2ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା;ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା।3କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖିଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।4ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ;ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।5ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ;କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।6ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ;ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।7ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ;ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।8ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି;ସେମାନେ ଦମ୍ଭ କଥା କହନ୍ତି।9ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତିଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।10ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି;ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।11ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ?ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?”12ଦେଖ, ଏମାନେ ଦୁଷ୍ଟ ଲୋକ;ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।13ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛିଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;14କାରଣ ମୁଁ ଦିନସାରା ଆଘାତଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।15“ଏରୂପ କହିବି” ବୋଲି ଯଦି ମୁଁ କହିଥାʼନ୍ତିତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥାʼନ୍ତି।16ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେମୋʼ ପ୍ରତି ତାହା ଅତି କଷ୍ଟକର ହେଲା;17ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲିଓ ସେମାନଙ୍କର ଶେଷ ଫଳ ବିବେଚନା କଲି।18ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ;ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।19ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି!ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।20ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ,ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।21ମୋହର ହୃଦୟ ଦୁଃଖିତ ହୋଇଥିଲାଓ ମୋହର ମର୍ମ ବିଦ୍ଧ ହୋଇଥିଲା।22ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ,ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି;ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।25ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି?ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।26ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି;ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।27କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ;ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।28ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ;ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।