ଗୀତସଂହିତା74ory_irv

ଜାତିର ମୁକ୍ତି ପାଇଁ ପ୍ରାର୍ଥନା

ଆସଫର ମସ୍କୀଲ୍‍।

1ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ?ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?2ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ,ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ,ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।3ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ,ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।4ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି;ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।5ନିବିଡ଼ ଅରଣ୍ୟରେକୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖାଗଲେ।6ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରାଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।7ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି;ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।8ସେମାନେ ମନେ ମନେ କହିଲେ, “ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ;”ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।9ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ;କୌଣସି ଭବିଷ୍ୟଦ୍‍ବକ୍ତା ଆଉ ନାହିଁ;କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।10ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ?ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?11ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ?ଆପଣା ବକ୍ଷସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।12ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।13ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ;ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;14ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ,ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।15ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ;ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।16ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର;ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।17ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ;ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।18ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛିଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।19ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ,ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।20ନିୟମ ପ୍ରତି ଦୃଷ୍ଟି ରଖ;କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।21ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ!ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।22ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର;ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।23ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ;ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।