ଗୀତସଂହିତା75ory_irv
ପରମେଶ୍ୱର ବିଚାରକର୍ତ୍ତା
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ୱରରେ ଆସଫର ଗୀତ।
1ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ;ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ;ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।2ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।3ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି;ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା]4ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,”ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;5ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ;ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”6କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ,କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।7ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି;ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।8ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛିଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି;ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି;ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।9ମାତ୍ର ମୁଁ ସଦାକାଳ ପ୍ରଚାର କରିବି,ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।10ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା।ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।