ଗୀତସଂହିତା8ory_irv

ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।

1ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ!ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।2ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁଆପଣା ବିପକ୍ଷଗଣ ସକାଶୁଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ?ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ,ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ;ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ,ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।9ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ,ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।