ଗୀତସଂହିତା82ory_irv
ପରମେଶ୍ୱର ସର୍ବୋପରିସ୍ଥ ରାଜା
ଆସଫର ଗୀତ।
1ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି;ସେ ଦେବତାମାନଙ୍କ ବିଚାର କରନ୍ତି।2“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ?ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା]3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର;ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର;ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।”5ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ;ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି;ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।6ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।7ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”8ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର;କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।