ଗୀତସଂହିତା83ory_irv
ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା
ଗୀତ, ଆସଫର ଗୀତ।
1ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ;ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।2କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତିଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।3ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତିଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।4ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରିଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”5କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;6ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,7ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।8ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି;ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା]9ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରାପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।10ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ;ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।11ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ,ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;12ସେମାନେ କହିଲେ, “ଆସ, ଆମ୍ଭେମାନେପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”13ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।14ଯେଉଁ ଅଗ୍ନି ବନକୁ ଦଗ୍ଧ କରେଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;15ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।16ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ,ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;17ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ;ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;18ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ,କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।