ଗୀତସଂହିତା84ory_irv
ସଦାପ୍ରଭୁଙ୍କ ଗୃହ ପ୍ରତି ଆଗ୍ରହ
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ।
1ହେ ସୈନ୍ୟାଧିପତି ସଦାପ୍ରଭୋ,ତୁମ୍ଭର ଆବାସ କିପରି ପ୍ରିୟତମ!2ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ;ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।3ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି,ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ;ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।6ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି;ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି,ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।8ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ;ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]9ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କରଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।10କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ;ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।11କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି;ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ;ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।12ହେ ସୈନ୍ୟାଧିପତି ପରମେଶ୍ୱର,ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।