ଗୀତସଂହିତା85ory_irv

ଜାତିର ମଙ୍ଗଳାର୍ଥେ ପ୍ରାର୍ଥନା

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ।

1ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ;ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।2ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ,ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା]3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ;ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।4ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।5ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ?ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?6ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ,ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?7ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କରଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ;କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ;ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ,ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି;ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି;ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ;ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।13ଧର୍ମ ତାହାଙ୍କର ଆଗେ ଆଗେ ଯିବଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।