ଗୀତସଂହିତା86ory_irv
ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ପ୍ରାର୍ଥନା।
1ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ;କାରଣ ମୁଁ ଦରିଦ୍ର ଓ ଦୀନହୀନ।2ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ;ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।3ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ;କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।4ଆପଣା ଦାସର ପ୍ରାଣ ଆନନ୍ଦିତ କର;କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।5ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ,ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।6ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କରଓ ମୋʼ ନିବେଦନର ରବରେ ମନୋଯୋଗ କର।7ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି;କାରଣ ତୁମ୍ଭେ ମୋତେ ଉତ୍ତର ଦେବ।8ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ;କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।9ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେଓ ସେମାନେ ତୁମ୍ଭ ନାମର ଗୌରବ କରିବେ।10କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ।ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।11ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି;ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।12ହେ ପ୍ରଭୋ, ମୋʼ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବିଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।13କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍;ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ।14ହେ ପରମେଶ୍ୱର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି,ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋʼ ପ୍ରାଣ ଚାହିଁଅଛନ୍ତି,ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।15ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର,କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।16ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର;ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର,ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।17ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ;ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ,ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ମୋତେ ସାହାଯ୍ୟ କରିଅଛ ଓ ସାନ୍ତ୍ୱନା ଦେଇଅଛ।