ଗୀତସଂହିତା87ory_irv
ଯିରୂଶାଲମର ପ୍ରଶଂସା
ଗୀତ; କୋରହ-ସନ୍ତାନଗଣର ଗୀତ।
1ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷାସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି;ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ;“ଏହି ଜଣ ସେଠାରେ ଜାତ ହେଲା।”5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;”ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ,“ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା]7ଗାୟକ ଓ ନର୍ତ୍ତକମାନେ କହିବେ,“ମୋହର ସବୁ ଝର ତୁମ୍ଭଠାରେ ଅଛି।”