ଗୀତସଂହିତା90ory_irv

ପରମେଶ୍ୱର ଓ ମନୁଷ୍ୟ

ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।

1ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।2ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।3ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ।ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”4କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟଓ ରାତ୍ରିର ଏକ ପ୍ରହରର ସମାନ।5ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ।ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।6ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ;ସନ୍ଧ୍ୟାକାଳରେ ତାହା କଟାଯାଇ ଶୁଖଇ।7କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ,ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।8ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ,ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।9କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ;କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।10ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ,ଅବା ବଳ ସକାଶୁ ଅଶୀ ବର୍ଷ ହୁଏ;ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର;କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ11ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?12ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।13ହେ ସଦାପ୍ରଭୋ, ଫେର; କେତେ କାଳ?ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।14ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର;ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।15ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।16ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।17ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର;ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।