ଗୀତସଂହିତା93ory_irv

ସଦାପ୍ରଭୁ ହିଁ ରାଜା

1ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ;ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି;ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।2ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ;ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ।3ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି,ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି;ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।4ଜଳରାଶିର ଧ୍ୱନିଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷାଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।5ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ;ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।