ଗୀତସଂହିତା95ory_irv

ସ୍ତୁତିଗାନ

1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ;ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ,ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।3କାରଣ ସଦାପ୍ରଭୁ ମହାନ ପରମେଶ୍ୱରଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।4ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ;ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।5ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ;ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ;ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର,ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ।ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ,ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ,ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।10ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ,ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”11ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶକରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।