ସଦାପ୍ରଭୁ ହିଁ ସର୍ବୋପରିସ୍ଥ ଶାସନକର୍ତ୍ତା
1ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ;ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ;ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।3ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା;ପୃଥିବୀ ଦେଖି କମ୍ପିଲା।5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ,ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।7ଖୋଦିତ ପ୍ରତିମାଗଣର ସେବକ ସମସ୍ତେଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ;ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।8ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲାଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।9କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ;ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।10ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର;ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି।ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;11ଧାର୍ମିକମାନଙ୍କ ପାଇଁ ଦୀପ୍ତିଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।12ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର;ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।