ଗୀତସଂହିତା98ory_irv
ସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା
ଗୀତ।
1ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି;ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି;ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି;ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର;ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।5ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।6ତୂରୀ ଓ ଭେରୀ ନାଦରେରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।7ସମୁଦ୍ର ଓ ତହିଁର ପୂର୍ଣ୍ଣତା,ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;8ନଦ-ନଦୀଗଣ କରତାଳି ଦେଉନ୍ତୁ;ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ;9ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ,କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି;ସେ ଧର୍ମରେ ଜଗତରଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।