ପ୍ରକାଶିତ7ory_irv

୧, ୪୪,୦୦୦ ଇସ୍ରାଏଲୀୟ ମୁଦ୍ରାଙ୍କିତ

1ତାହାପରେ ମୁଁ ଦେଖିଲି, ପୃଥିବୀ କି ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥିନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି।2ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ବରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,3ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ।4ତାହା ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,
5ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,6ଆଶେର ବଂଶରୁ ବାର ହଜାର, ନପ୍ତାଲି ବଂଶରୁ ବାର ହଜାର, ମନଃଶି ବଂଶରୁ ବାର ହଜାର,7ଶିମିୟୋନ ବଂଶରୁ ବାର ହଜାର, ଲେବୀ ବଂଶରୁ ବାର ହଜାର, ଇସାଖାର ବଂଶରୁ ବାର ହଜାର,8ସବୂଲୂନ ବଂଶରୁ ବାର ହଜାର, ଯୋଷେଫ ବଂଶରୁ ବାର ହଜାର, ବିନ୍ୟାମୀନ୍ ବଂଶରୁ ବାର ହଜାର।

ସର୍ବ ଦେଶର ଏକ ବିରାଟ ଜନତା

9ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;10ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି,“ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ବରଙ୍କର,ଓ ମେଷଶାବକଙ୍କର କାର୍ଯ୍ୟ।”11ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ବରଙ୍କୁ ପ୍ରଣାମ କରି କହୁଅଛନ୍ତି,12“ଆମେନ୍;ପ୍ରଶଂସା, ଗୌରବ,ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର,ଆମେନ୍‍।”13ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?14ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।15ସେଥିପାଇଁ,“ସେମାନେ ଈଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ,ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି,”“ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତିସେମାନଙ୍କର ଆଶ୍ରୟ-ସ୍ୱରୂପ ହେବେ।16ସେମାନଙ୍କର ଆଉ କେବେ ହେଁ କ୍ଷୁଧାକି ତୃଷା ହେବ ନାହିଁ,”“ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,17କାରଣ ସିଂହାସନ ମଧ୍ୟସ୍ଥିତମେଷଶାବକ ସେମାନଙ୍କର ପ୍ରତିପାଳକ ହେବେଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,”“ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”