SNG7ory_irv
1ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର।ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।2ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ;ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।4ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ;ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍ବୋନ ସରୋବର ସଦୃଶ;ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।5ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ,ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ;ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।6ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!7ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।8ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି,ମୁଁ ତହିଁର ବାହୁଙ୍ଗା ଧରିବି;”ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ;ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;9ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ,ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ,ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।10ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।