ଯିଖରୀୟ13ory_irv

1ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।

ପ୍ରତିମାଗଣର ଉଚ୍ଛିନ୍ନ

2ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।3ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।4ପୁଣି, ସେହି ଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।5ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’6ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”

ପାଳକକୁ ଆଘାତ

7“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ,ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,ପାଳକକୁ ଆଘାତ କର,ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।8ପୁଣି, ସଦାପ୍ରଭୁ କହନ୍ତି,ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ;ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।9ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବାଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା,ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା।ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”